Brown sugar seized:ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଜଣେ ଗିରଫ
ପାର୍ବଣ ସମୟରେ ଚୋରାମଦ ଓ ଧଳା ଜହର ବିକ୍ରି ରୋକିବା ପାଇଁ ବାଲେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ାଉ କରାଯାଇଛି । ଚଢ଼ଉରେ ଜବତ ବ୍ରାଉନସୁଗାର ର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବାର ଅନୁମାନ କରାଯାଉଛି |

ବାଲେଶ୍ୱର:ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଗଠିତ କରାଯାଇଛି | ଏହି ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ କୁପାରି କଲେଜ ଛକ ନିକଟରେ ଚଢ଼ଉ କରାଯାଇ ୧୧୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି | ଏଥିସହିତ ସମ୍ପୃକ୍ତ ଖଇରା ଥାନା ଅନ୍ତର୍ଗତ କୁପାରି (କମାରସାହି) ଗ୍ରାମର ମିତା ବେହେରାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ବ୍ରାଉନସୁଗାର ର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଅନିତା ସାହୁ, ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା, କନେଷ୍ଟବଳ ଦେବାଶିଷ ମଲ୍ଲିକ ଓ ଶଶୀକାନ୍ତ ସାହୁ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ କେସ ନଂ:୧୬୯/୨୦୨୬-୨୭ ମୂଳେ ମାମଲା ରୁଜ୍ଜୁ କରାଯାଇଛି l ପାର୍ବଣ ସମୟରେ ଚୋରାମଦ ଓ ଧଳା ଜହର ବିକ୍ରି ରୋକିବା ପାଇଁ ବାଲେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ଉ କରାଯାଉଛି ।
