Cyclone Survey: ଆକାଶମାର୍ଗରୁ ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ
ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗଜପତି ଓ ଗଞ୍ଜାମର ସ୍ଥିତି କଲେ ଅନୁଧ୍ୟାନ । ଉଦ୍ଧାର ଓ ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।
S
By Subhadra DasPublished: Oct 30, 2026, 09:02 PM •1 min read •7 Views

ଭୁବନେଶ୍ୱର: ବାତ୍ୟା ଓ ତତଜନିତ ବନ୍ୟାରେ ପ୍ରଭାବିତ ଅଞ୍ଚଳର ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆକାଶମାର୍ଗରୁ ଗଜପତି ଓ ଗଞ୍ଜାମ ଜିଲ୍ଲାର ବାତ୍ୟା ଏବଂ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଝାରୀ । ଏହି ଗସ୍ତ ସମୟରେ ବାତ୍ୟା ଓ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିବା ସହ ପ୍ରଭାବିତ ଅଞ୍ଚଳରେ ଚାଲିଥିବା ଉଦ୍ଧାର ଓ ସହାୟତା କାର୍ଯ୍ୟର ଅଗ୍ରଗତି ଉପରେ ନଜର ରଖିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଭାବିତ ଲୋକଙ୍କ ନିକଟରେ ତୁରନ୍ତ ସହାୟତା ପହଞ୍ଚାଇବା ସହ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିପର୍ଯ୍ୟୟ ସମୟରେ ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ଉପରେ ସରକାରଙ୍କ ପ୍ରାଥମିକତା ରହିଛି।
S
Subhadra DasContent Writer
Comments0
Leave a Reply
Loading comments...
