CM Reviews: ବାତ୍ୟା ‘ଅକ୍ଵାନ’ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ ଜିଲ୍ଲାରେ ବାତ୍ୟା ଅକ୍ୱବାନ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଛତ୍ରପୁର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅଧିକାରୀଙ୍କ ସହ ଆଲୋଚନା।
ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ବାତ୍ୟା ‘ଅକ୍ଵାନ’ ପରବର୍ତ୍ତୀ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜିଲ୍ଲାର ଦୁଇଟି ବ୍ଲକ୍ ର ଦୁଇଟି ଗ୍ରାମ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ପହଞ୍ଚିଥିଲେ। ସେଠାରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ବାତ୍ୟା ପରବର୍ତ୍ତୀ ସ୍ଥିତି ନେଇ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ବାତ୍ୟା ଯୋଗୁଁ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି, ଚାଷ ଓ ଅନ୍ୟାନ୍ୟ ସମ୍ପତ୍ତିର କ୍ଷତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିଶେଷକରି କ୍ଷତିଗ୍ରସ୍ତ ଲୋକଙ୍କ ନିକଟରେ ସରକାରୀ ସହାୟତା ପହଞ୍ଚିଛି କି ନାହିଁ, ସେନେଇ ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କଠାରୁ ତଥ୍ୟ ନେଇଥିଲେ। ବାତ୍ୟା ପରେ ଉଦ୍ଧାର, ରିଲିଫ୍ ଓ କ୍ଷୟକ୍ଷତି ଆକଳନ କାର୍ଯ୍ୟର ଅଗ୍ରଗତି ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଖଣି ମନ୍ତ୍ରୀ ବିଭୂତି ଜେନାଙ୍କ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ ବିଧାୟକ ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକଙ୍କୁ ଶୀଘ୍ର ସହାୟତା ଯୋଗାଇଦେବା ସହ କ୍ଷୟକ୍ଷତିର ସଠିକ୍ ଆକଳନ ଉପରେ ଏହି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।
