୪୮ ଘଣ୍ଟାରେ ସାରା ଓଡ଼ିଶା ଛୁଇଁବ ମୌସୁମୀ, ଆହୁରି ୫ ଦିନ ଛେଚିବ
ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ।

ଭୁବନେଶ୍ୱର : ୪୮ ଘଣ୍ଟାରେ ସାରା ରାଜ୍ୟ ଛୁଇଁବ ମୌସୁମୀ । ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଟ୍ରଫ୍ ଲାଇନ୍ ଓ କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ସହ ୨ ଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରେ ଝିପି ଝିପି ବର୍ଷା ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ବେଳେ କୋରାପୁଟ, ରାୟଗଡା, କନ୍ଧମାଳ, ବରଗଡ଼ , ଜଗତସିଂହପୁର , କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଏହି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ବଜ୍ରପାତ ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିବାର ଆଶଙ୍କା ରହିଛି। । ଏହାସହ ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ କେନ୍ଦୁଝର ,ମୟୁରଭଞ୍ଜ ଓ ସୁନ୍ଦରଗଡ ଏହି ୭ ଜିଲ୍ଲାକୁ ଛାଡି ଅବଶିଷ୍ଟ ୧୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ୪୦ ରୁ ୫୦ କିମି ବେଗରେ ଝଟକା ପବନ ଝଟକା ପବନ ନେଇ ସତର୍କତା ଜାରି ହୋଇଛି। ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବ ବହିବାର ସମ୍ଭାବନା ରହିଛି । ସେହିପରି ଅବଶିଷ୍ଟ ୨୫ଟି ଜିଲ୍ଲାରେ ମଧ୍ୟ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଦେଇଛି ଯେ, ୨୬ ଜୁନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବ। ଏପଟେ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହ ୪୦ରୁ ୫୦ କିଲୋମିଟର ଏବଂ ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୨୨ ଓ ୨୩ ତାରିଖ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ବର୍ଷାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
