ଓଡ଼ିଶାରେ ପ୍ରାକ୍-ମୌସୁମୀ ବର୍ଷା ସକ୍ରିୟ
ଭୁବନେଶ୍ୱର: ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର କେତେକ ଜିଲ୍ଲାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ ବାୟୁ । ଶୁକ୍ରବାର ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର: ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର କେତେକ ଜିଲ୍ଲାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ ବାୟୁ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବେଳେ ଶୁକ୍ରବାର ସାରା ଓଡ଼ିଶାରେ ଝଡ଼ବର୍ଷା ଆଲର୍ଟ ଜାରି କରାଯାଇଛି। ଶୁକ୍ରବାର ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ୫ଟି ଜିଲ୍ଲା ହେଲା ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଏବଂ କଟକ। ବାକି ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଅଞ୍ଚଳଗୁଡ଼ିକରେ ବିଜୁଳି-ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ସତର୍କତା ଜାରି ହୋଇଛି। ଅନ୍ୟପଟେ ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପୂର୍ବରୁ ମଧ୍ୟ ପାଣିପାଗ ବିଭାଗ କହିଥିଲା ଯେ ଓଡ଼ିଶାରେ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ ରହିଛି ଏବଂ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏହା ଆହୁରି ଅଗ୍ରସର ହେବ। ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ଏବଂ ୫୦ରୁ ୬୦ କିମି ପ୍ରତି ଘଣ୍ଟା ବେଗରେ ପବନ ବହିବା ସମ୍ଭାବନା ରହିଛି।
