ପୁରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ, ଆଗାମୀ ୫ ଦିନ ବର୍ଷା ସମ୍ଭାବନା
ପୁରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ୍ ୧୨ ତାରିଖରେ ରାଜ୍ୟରେ ମୌସୁମୀ ପ୍ରବେଶ ପ୍ରକ୍ରିୟା ଆରମ୍ଭ ହୋଇଥିଲା ଏବଂ ମାତ୍ର ୧୧ ଦିନରେ ସମ୍ପୂର୍ଣ୍ଣ ରାଜ୍ୟକୁ ଏହା ଅଗ୍ରସର ହୋଇଛି।
B
By BHAKTILATA BARALPublished: Jun 23, 2026, 02:36 PM •1 min read •25 Views

ଭୁବନେଶ୍ୱର: ପୁରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ୍ ୧୨ ତାରିଖରେ ରାଜ୍ୟରେ ମୌସୁମୀ ପ୍ରବେଶ ପ୍ରକ୍ରିୟା ଆରମ୍ଭ ହୋଇଥିଲା ଏବଂ ମାତ୍ର ୧୧ ଦିନରେ ସମ୍ପୂର୍ଣ୍ଣ ରାଜ୍ୟକୁ ଏହା ଅଗ୍ରସର ହୋଇଛି। କେରଳ ଛୁଇଁବାର ୮ ଦିନ ପରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥିଲା। ବର୍ତ୍ତମାନ ରାଜ୍ୟରେ ଟ୍ରଫ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ଧରି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ମଧ୍ୟ ଭାରୀ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ବେଗରେ ଝଟକା ପବନ ବହିବା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
B
BHAKTILATA BARALContent Writer,Naxatra News
Comments0
Leave a Reply
Loading comments...
