Latest Newsରାଜନୀତି

ଓଡିଶା ପାଇଁ କାର୍ଯ୍ୟ ଅପେକ୍ଷା ପ୍ର୍ରଚାରରେ ଆଗ୍ରହୀ କେନ୍ଦ୍ରମନ୍ତ୍ରୀ: ବିଜେଡି

ଭୁବନେଶ୍ୱର – କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ପାଇଁ ପ୍ରକୃତରେ କାର୍ଯ୍ୟ କରିବା ଅପେକ୍ଷା ପ୍ରଚାରରେ ଅଧିକ ଆଗ୍ରହୀ । ବିଜେପିର ଏକ ନିର୍ଦ୍ଦିଷ୍ଟ ଗୋଷ୍ଠି ପ୍ରତି ଏଭଳି ମନ୍ତବ୍ୟ ଦେଇଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି ।

ବିଜେଡି ମୁଖପାତ୍ର ମହାନ୍ତି ଗଣମାଧ୍ୟମକୁ କହିଛନ୍ତି ଯେ ଏ ସଂକ୍ରାନ୍ତରେ ସର୍ବଶେଷ ଉଦାହରଣ ହେଉଛି କପିଳେଶ୍ୱର ମନ୍ଦିର ପ୍ରସଙ୍ଗ । ମଇ ୫ତାରିଖରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଥିଲେ ଯେ କପିଳେଶ୍ୱର ମନ୍ଦିରର ରକ୍ଷଣାବେକ୍ଷଣ ଏଏସଆଇ ଦ୍ୱାରା ହାତକୁ ନିଆଯିବ । ତେବେ ମଇ ୯ତାରିଖରେ ଧର୍ମେନ୍ଦ୍ର ପ୍ରଧାନ ଗଣମାଧ୍ୟମରେ ଜୋରଦାର ପ୍ରଚାର ସହ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଏକ ଚିଠି ଲେଖି କପିଳେଶ୍ୱର ମନ୍ଦିରର ରକ୍ଷଣାବେକ୍ଷଣ ଦାୟିତ୍ୱ ନେବାକୁ ଏଏସଆଇକୁ ଅନୁରୋଧ କରିଛନ୍ତି । ଏହି ପ୍ରସଙ୍ଗରେ ଏବେ ସମସ୍ତେ ହସୁଛନ୍ତି ।

ଶ୍ରୀ ପ୍ରଧାନ ନିଜର ପ୍ରଚାର ପ୍ରସାର କରିବା ଏବଂ ଚିଠି ଦେବା ପରିବର୍ତେ କେବଳ ତାଙ୍କ ସହକର୍ମୀ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ଠାରୁ ଏ ସଂକ୍ରାନ୍ତରେ ବୁଝି ପାରିଥାନ୍ତେ । ଆମେ ଜାଣିଛୁ ଯେ କପିଳେଶ୍ୱର ମନ୍ଦିର କିମ୍ବା ଅନ୍ୟାନ୍ୟ ପ୍ରସଙ୍ଗରେ କାର୍ଯ୍ୟ ଅପେକ୍ଷା ଶ୍ରୀ ପ୍ରଧାନ ପ୍ରଚାରରେ ଅଧିକ ଆଗ୍ରହୀ । ସେ ତାଙ୍କ ଦଳର ସହକର୍ମୀ ଶ୍ରୀମତୀ ଅପରାଜିତାଙ୍କ ଠାରୁ ଶିଖି ନେବା ଉଚିତ ବୋଲି ଡକ୍ଟର ମହାନ୍ତି କହିଛନ୍ତି ।

…………….ି

Related Articles

Leave a Reply

Your email address will not be published.

Back to top button