କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟରେ ସାମାଜିକ ନ୍ୟାୟ, ସାମାଜିକ ସୁରକ୍ଷା ଏବଂ କଲ୍ୟାଣମୂଳକ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।