ଗଣେଶ ଚତୁର୍ଥୀ ଓ ନୂଆଖାଇ ପୂର୍ବରୁ ଓଡ଼ିଶାରେ ବର୍ଷା ଜାରି। ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସହ ୧୭ଟି ଜିଲ୍ଲାରେ ବଜ୍ରପାତ ଓ ଝଡ଼ବର୍ଷା ଆଶଙ୍କା ରହିଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା। କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବର୍ଷାର ପ୍ରଭାବରେ ଜନଜୀବନ ପ୍ରଭାବିତ ହେବା ସହ ଗଣେଶ ପୂଜା ଏବଂ ନୂଆଖାଇ ଉତ୍ସବ ଆୟୋଜନ ଉପରେ ମଧ୍ୟ ପ୍ରଭାବ ପଡ଼ିବା ଆଶଙ୍କା ରହିଛି।
ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ିର ସମ୍ଭାବନା। ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ିର ସମ୍ଭାବନା।